ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା ବେଳେ ଡିଜେଲ ୩୨ପଇସା ବୃଦ୍ଧି ଘଟିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୭.୧୬ ଟଙ୍କା ଏବଂ ଡିଜେଲ ୯୫.୧୧ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ପେଟ୍ରୋଲ ଲିଟର ପିଛା ୯୭.୪୯ ଟଙ୍କା ଏବଂ ଡିଜେଲ ୯୫.୪୨ ଟଙ୍କାରେ ଖାଉଟି କ୍ରୟ କରୁଥିବା ଜଣାପଡିଛି।
ଅନ୍ୟପକ୍ଷରେ ଓଡ଼ିଶାର ନବରଙ୍ଗପୁର, ମାଲକାନଗିରି, ସମ୍ବଲପୁର ଓ କୋରାପୁଟ ଜିଲ୍ଲାର ବିଭିନ୍ନ ବ୍ଲକରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ଥିବାବେଳେ ଡିଜେଲ ଦର ମଧ୍ୟ ୧୦୦ଟଙ୍କା ନିକଟବର୍ତ୍ତିରେ ବିକ୍ରି କରାଯାଉଛି। ହେଲେ ମାଲକାନଗିରି ଜିଲ୍ଲାର କାଲିମେଳାରେ ପ୍ରଥମ ଥର ପାଇଁ ଡିଜେଲ ଲିଟର ପିଛା ୧୦୦.୯୧ ଟଙ୍କା ଟପି ଯାଇଥିବା ସ୍ଥାନୀୟ ପେଟ୍ରୋଲିୟମ ଡିଲର ସୂଚନା ଦେଇଛନ୍ତି। ଗତ ଏପ୍ରିଲ ୧୫ରେ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସାମାନ୍ୟ ହ୍ରାସ ହୋଇଥିଲା। ଏହା ପର ଠାରୁ ଅଦ୍ୟାବଧି ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଗତ ୨ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୬.୦୪ ଟଙ୍କା ଏବଂ ଡିଜେଲ ୭.୧୩ ଟଙ୍କା ବୃଦ୍ଧି ଘଟିଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ଉପରେ ୨୯ ପଇସା ଏବଂ ଡିଜେଲ ୩୦ ପଇସା ବଢ଼ିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୯୬.୪୧ ଟଙ୍କା ଏବଂ ଡିଜେଲ ୮୭.୨୮ ଟଙ୍କାରେ ପହଞ୍ଚତ୍ଛି। ମେ ୪ ପରଠାରୁ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୬.୦୧ ଟଙ୍କା ଏବଂ ଡିଜେଲରେ ୬.୫୫ ଟଙ୍କା ବୃଦ୍ଧି ଘଟିଲାଣି। ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୯୭.୬୯ ଟଙ୍କା, ୯୬.୩୪ ଟଙ୍କା ଏବଂ ୧୦୨.୫୮ ଟଙ୍କାରେ ପହଞ୍ଚତ୍ଛି। ଅପରପକ୍ଷରେ ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ୯୧.୯୨ ଟଙ୍କା, ୯୦.୧୨ ଟଙ୍କା ଏବଂ ୯୪.୭୦ ଟଙ୍କା ଛୁଇଁଥିବା ଜଣାପଡିଛି।
ଓଡିଶା ସମେତ ଆନ୍ଧ୍ରପ୍ରଦେଶ,ତେଲଙ୍ଗାନା, ମହାରାଷ୍ଟ୍ର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଏବଂ ଲଦାଖ ଭଳି କେନ୍ଦ୍ର ଶାସିତ ଅଞ୍ଚଳରେ ତେଲ ଦର ରେର୍କଡ ସ୍ତରରେ ପହଞ୍ଚତ୍ଛି। ମହାମାରୀ ସମୟରେ ରାଜସ୍ଥାନର ଗଙ୍ଗାନଗର ଅଞ୍ଚଳରେ ପେଟ୍ରୋଲ ୧୦୭ ଟଙ୍କା ଉପରେ ବିକ୍ରି ହେଉଥିବା ବେଳେ ଡିଜେଲ ମଧ୍ୟ ୧୦୦ ଟଙ୍କା ଟପି ଯାଇଥିବା ସୂଚନା ମିଳିଛି।
କରୋନା ମହାମାରୀ ଭଳି ମାନ୍ଧାବସ୍ଥା ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଖାଉଟିଙ୍କ ଉପରେ ବେଶ ପ୍ରଭାବ ପକାଇଛି। ଏଭଳି ସମୟରେ ତେଲ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲାଗୁ କରାଯାଉଥିବା ବର୍ଦ୍ଧିତ ଟିକସ ହ୍ରାସ ନପାଇବା ଯୋଗୁ ଏହାର ପ୍ରଭାବ ତୈଳ ବଜାର ଉପରେ ପଡୁଛି। ଗୋଟିଏ ପଟରେ ତୈଳ ଦର ବୃଦ୍ଧି ଅପରପକ୍ଷରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବା ଯୋଗୁ ସବୁବର୍ଗର ଲୋକ ଅତିରିକ୍ତ ଖର୍ଚ୍ଚନ୍ତା ହେଉଛନ୍ତି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।
୧୬ରୁ ଖୋଲିବ ଐତିହ୍ୟସ୍ଥଳୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି।...
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...
୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...
ମଦ ପାଇଁ ଏଏସ୍ଆଇ ସସ୍ପେଣ୍ଡ
ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍ଆଇ ବୀରଭଦ୍ର ବେହେରାଙ୍କୁ ସସ୍ପେଣ୍ଡ କରିଛନ୍ତି...
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା...
ଡବଲ ଡୋଜ୍ ଭାକ୍ସିନ ପରେ ବି ହୋଇପାରେ କରୋନା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...


