ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ପାଲଟା ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ବୃଦ୍ଧ ମାହାଙ୍ଗା ଥାନା ଗୋତରା ଗ୍ରାମର ଗୌରାଙ୍ଗ ରାଉତ ବୋଲି ଜଣାପଡ଼ିଛି। ଗୁରୁବାର ସେହି ଗ୍ରାମର କାର୍ତ୍ତିକ ଚନ୍ଦ୍ର ସାହୁଙ୍କ ଏକ ଛେଳି କୌଣସି କାରଣରୁ ମରି ପଡ଼ିଥିଲା। ଛେଳି କିପରି ମଲା ତାହା ଜାଣିବାକୁ କାର୍ତ୍ତିକଙ୍କ ପରିବାର ସଦସ୍ୟ ଖୋଳତାଡ଼ ଆରମ୍ଭ କରିଥିଲେ। ତେବେ ଛେଳିଟିକୁ ଗୌରାଙ୍ଗ ମାରି ଦେଇଥିବା କାର୍ତ୍ତିକଙ୍କ ଭଣଜା ମନୋଜ ସାହୁ ମାହାଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। କିନ୍ତୁ ଅଭିଯୋଗ ପୂର୍ବରୁ ଗୌରାଙ୍ଗଙ୍କୁ ଗୋତରା ଗ୍ରାମର ନରେନ୍ଦ୍ର ସାହୁ, କାର୍ତ୍ତିକ ସାହୁ, ଦେବେନ୍ଦ୍ର ସାହୁ, ରବୀନ୍ଦ୍ର ସାହୁ, ଶରତ ସାହୁ, ସୁବାସ ସାହୁ, ତୁଳସୀ ସାହୁ ସ୍ବାମୀ ନରେନ୍ଦ୍ର ଏବଂ ମନୁଆ ସାହୁ ସଂଘବଦ୍ଧ ଭାବେ ଠେଙ୍ଗା, ଭୁଜାଲି ଧରି ତାଙ୍କ ଘରେ ପହଞ୍ଚତ୍ ଆକ୍ରମଣ କରିଥିଲେ। ଏପରି କି ଗୌରାଙ୍ଗଙ୍କ ଦିବ୍ୟାଙ୍ଗ ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରିଥିଲେ। ପରେ ଗୌରାଙ୍ଗଙ୍କ ଘରେ ପଶି ଆସବାବପତ୍ର ଭଙ୍ଗାରୁଜା କରିଥିଲେ। ପଥର ଫୋପାଡି ଘରର ଆଜବେଷ୍ଟସ ଭାଙ୍ଗି ଦେଇଥିଲେ। ଦମ୍ପତିଙ୍କୁ ସନ୍ଧ୍ୟାରେ ତାଙ୍କ ସର୍ମ୍ପକୀୟମାନେ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସିତ ହୋଇ ଫେରିବା ପରେ ଗୌରାଙ୍ଗ ମାହାଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଗୌରାଙ୍ଗ ଓ ତାଙ୍କ ସ୍ତ୍ରୀ ନ୍ୟାୟ ନ ପାଇଲେ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି। ଘଟଣାକୁ ୨୪ ଘଣ୍ଟା ବିତି ଯାଇଥିଲେ ବି ପୋଲିସ କାହାରିକୁ ଗିରଫ କରି ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତି କହିଛନ୍ତି, ଉଭୟ ପକ୍ଷରୁ ଅଭିଯୋଗ ହେବା ପରେ ୨ଟି ମାମଲା ରୁଜୁ ହୋଇଛି। ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.