ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ ପୋଲିସ ଏସ୍ଆଇ ଦୁର୍ବ୍ୟବହାର ପ୍ରଦର୍ଶନ ସହ ହତ୍ୟା ଧମକ ଦେଇଥିବା ନେଇ ଜେଲ୍ ଓ୍ବାର୍ଡରଙ୍କ ସ୍ତ୍ରୀ ପାଲଟା ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଥାନା କର୍ମଚାରୀ ପାଟ୍ରୋଲିଂ କରୁଥିବା ବେଳେ ସ୍ଥାନୀୟ ଅରବିନ୍ଦ ସ୍କୁଲ ନିକଟରେ ବାରିପଦା ଜେଲର ୱାର୍ଡର ମନୋଜ କୁମାର କୁଅଁରଙ୍କ ସମେତ ଅନ୍ୟ ୩ଜଣ ଛିଡ଼ା ହୋଇଥିଲେ। ସେମାନେ ମାସ୍କ ପିନ୍ଧି ନ ଥିବାରୁ ପାଟ୍ରୋଲିଂ ଦାୟିତ୍ୱରେ ଥିବା ଏସ୍ଆଇ ଶଶୀଭୂଷଣ ପରିଡ଼ା ତାଗିଦ୍ କରିଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ଜେଲ୍ ୱାର୍ଡର ମନୋଜ ପୋଲିସ ଏସ୍ଆଇ ପରିଡ଼ାଙ୍କୁ ଠେଲାପେଲା ସହ ଆକ୍ରମଣ କରିଥିଲେ। ପୋଲିସ୍ କର୍ମଚାରୀମାନେ ତାଙ୍କୁ କାବୁ କରିବାକୁ ଚେଷ୍ଟା କରିବା ବେଳେ ସେ ଗାଳିଗୁଲଜ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.