ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ ଅଭିଯୋଗ ଆଧାରରେ ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରପଦସ୍ଥିତ ଉକ୍ତ କ୍ଲିନିକ୍ରେ ଚଢ଼ାଉ କରାଯାଇ ବିପୁଳ ଔଷଧ ଜବତ କରାଯାଇଥିଲା। ଶୁକ୍ରବାର ଏହି ଘଟଣା କୋର୍ଟରେ ପହଞ୍ଚତ୍ଛି। ନିଜକୁ ଡାକ୍ତର ବୋଲି କହୁଥିବା ମାନସ ରଞ୍ଜନ ପାତ୍ର ଖୁବ୍ଶୀଘ୍ର କୋର୍ଟରେ ହାଜର ହେବେ। ଏନେଇ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଡ୍ରଗ୍ସ ଇନ୍ସପେକ୍ଟର ଚନ୍ଦନ ଗିରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଏସ୍ଡିଜେଏମ୍ଙ୍କ କୋର୍ଟରେ ୨ସିସିରେ ଏକ ମାମଲା (ନଂ.୩୦୯/୨୧) ରୁଜୁ ହୋଇଛି। ଜବତ ଓଷଧ ଓ ନକଲି ଡାକ୍ତରଙ୍କ ସମ୍ପର୍କିତ ସମସ୍ତ ତଥ୍ୟ କୋର୍ଟରେ ଦାଖଲ କରାଯାଇଛି। କୋର୍ଟ ପକ୍ଷରୁ ମାନସଙ୍କ ନିକଟକୁ ନୋଟିସ ପଠାଯିବ। ସେ ହୋମିଓପାଥିକ ଔଷଧ ବିକ୍ରି, ପ୍ରସ୍ତୁତି ଓ ଚିକିତ୍ସା କରିବା ପାଇଁ ତାଙ୍କ ନିକଟରେ ଥିବା ଦସ୍ତାବିଜକୁ କୋର୍ଟରେ ଦାଖଲ କରିବେ ବୋଲି ଗିରି କହିଛନ୍ତି।
ସୁନ୍ଦରପଦାର କୋକିଳ ଭିଲ୍ଲାରେ ମାନସ ନିଜ ଭଡା ଘରେ ‘ଷ୍ଟପ୍ କରୋନା’ ନାମରେ ଔଷଧ ଦେଉଥିବା ଖବର ମିଳିବା ପରେ ‘ଧରିତ୍ରୀ’ ପକ୍ଷରୁ ଅନୁସନ୍ଧାନ କରାଯାଇଥିଲା। ଆମ ପ୍ରତିନିଧି ରୋଗୀ ସାଜି ଉକ୍ତ କ୍ଲିନିକ୍ରେ ପହଞ୍ଚତ୍ ସମ୍ପୃକ୍ତ ଡାକ୍ତରଙ୍କୁ କେତେକ ଲକ୍ଷଣ କହିଥିଲେ। ଏହାପରେ ମାନସ ୨୦୦ଟଙ୍କା ନେଇ ଏକ ୧୦ ଗ୍ରାମର ପ୍ଲାଷ୍ଟିକ ବୋତଲରେ ‘ଷ୍ଟପ୍ କରୋନା’ ହାତ ଲେଖାଥିବା ତରଳ ଔଷଧ ଦେଇଥିଲେ। ଆଗାମୀ ଦିନରେ ଏଠାରେ ଏକ କରୋନା ହସ୍ପିଟାଲ ହେବ ବୋଲି ମାନସ କହିଥିଲେ। ତେବେ ତାଙ୍କର ଔଷଧ ଓ କ୍ଲିନିକ୍ର ବୈଧତା ଜାଣିବା ପାଇଁ ଆମ ପ୍ରତିନିଧି ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ଯୋଗାଯୋଗ କରିଥିଲେ। ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଏକ ଟିମ୍ ମାନସ ରହୁଥିବା ଘରେ ଥିବା କ୍ଲିନିକ୍ରେ ଚଢାଉ କରିଥିଲା।
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି...
ଏସ୍ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...
୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...


