ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଇଚ୍ଛାପୁରରେ ଶ୍ରୀଜୀଉଙ୍କ ରଥ ଗଡୁଥିବା ବେଳେ କରୋନା କଟକଣା ପାଇଁ ଗତବର୍ଷ ଏହି ରଥଯାତ୍ରା ପ୍ରତୀକାତ୍ମକ ଭାବେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ ଅନୂକୁଳ ହୋଇଥିଲେ ମଧ୍ୟ ଶ୍ରୀବଳଦେବଜୀଉଙ୍କ ରଥ ଗଡିବା ନେଇ ଏବେ ବି ଅନିଶ୍ଚିତତା ଲାଗି ରହିଛି। ତେବେ ପୁରୀରେ ଗତବର୍ଷ ରଥଯାତ୍ରା ଶ୍ରଦ୍ଧାଳୁଙ୍କ ବିନା ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ କେନ୍ଦ୍ରାପଡ଼ାରେ ସେପରି ରଥଯାତ୍ରା ସେବାୟତ ଓ ଜିଲା ପ୍ରଶାସନ ପରିଚାଳନାରେ କରିବାକୁ ଶ୍ରଦ୍ଧାଳୁମାନେ ଦାବି କରିଛନ୍ତି।
ଏ ସମ୍ପର୍କରେ ବରିଷ୍ଠ ସେବାୟତ ନୃସିଂହ ପ୍ରସାଦ ପତ୍ରୀ କହିଛନ୍ତି, ବିଶ୍ୱର ସର୍ବୋଚ୍ଚ ରଥ ମଧ୍ୟରେ ବ୍ରହ୍ମ ତାଳଧ୍ୱଜର ମାନ୍ୟତା ଅଛି। ଗୋଟିଏ ରଥରେ ଚତୁର୍ଦ୍ଧା ମୂର୍ତ୍ତି ବିରାଜିତ ହୋଇ ମାଉସୀ ମା’ ମନ୍ଦିରକୁ ଯାଇଥାନ୍ତି। ଏହି ରଥଯାତ୍ରା ଶ୍ରଦ୍ଧାଳୁଙ୍କ ଭାବାବେଗ ସହିତ ଜଡ଼ିତ। କରୋନା କଟକଣା ପାଇଁ ଗତବର୍ଷ ରଥଯାତ୍ରାକୁ ମନ୍ଦିର ମଧ୍ୟରେ ସୀମିତ ରଖାଯାଇଥିଲା। ମାତ୍ର ଏହା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦୁଃଖ ଦେଇଥିଲା। ଚଳିତବର୍ଷ ରଥଯାତ୍ରା ପାଇଁ କାଠ ଅନୂକୂଳ ସହ ଅନ୍ୟାନ୍ୟ ପ୍ରକ୍ରିୟା ଜାରି ରହିଛି। ଦେବୋତ୍ତର କମିଶନ ଓ ରାଜ୍ୟ ସରକାର ଏ ସମ୍ପର୍କରେ ଆଲୋଚନା କରି ରଥଯାତ୍ରାକୁ ଅନୁମତି ଦେବାକୁ ସେବାୟତ ସଂଘ ପକ୍ଷରୁ ଦାବି କରାଯାଇଛି। ଅନ୍ୟତମ ସେବାୟତ ଗଗନ ପତ୍ରୀ କହିଛନ୍ତି, ଆସନ୍ତା ୨୪ରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୧୨ରେ ସବୁଠି ରଥଯାତ୍ରା ହେଉଥିବାବେଳେ ୧୩ ତାରିଖରେ ବ୍ରହ୍ମ ତାଳଧ୍ୱଜ ରଥ ଗଡ଼ିବ। ଏ ନେଇ ଶ୍ରଦ୍ଧାଳୁଙ୍କ ସହ ସେବାୟତ ପ୍ରସ୍ତୁତ ଅଛନ୍ତି। କରୋନା ମହାମାରୀକୁ ଆଳ କରି ଗତବର୍ଷ ପରି ଚଳିତବର୍ଷ ରଥଯାତ୍ରାକୁ ବନ୍ଦ କଲେ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଆଘାତ କରିବ। ଏହା ବ୍ୟତୀତ ଜିଲା ପ୍ରଶାସନ ପକ୍ଷରୁ ମହାମାରୀର ପରିଚାଳନା ସୁସଙ୍ଗଠିତ ଭାବେ ଚାଲିଛି। ଏଥିପାଇଁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ସେପରି ଗୁରୁତର ରୂପ ନେଇନାହିଁ। କୋଭିଡ୍‌-୧୯ର ନିୟମ ମାନି ମୟୂରଭଞ୍ଜ ଜିଲାର ବାରିପଦାଠାରେ ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ଆଇନର ଆଶ୍ରୟ ନିଆଯାଇଛି। ଆବଶ୍ୟକ ପଡିଲେ ତୁଳସୀ କ୍ଷେତ୍ରାଧିପତିଙ୍କ ରଥ ଗଡ଼ିବାକୁ ଆଇନର ଆଶ୍ରୟ ନିଆଯିବ। ଏ ସମ୍ପର୍କରେ ଟ୍ରଷ୍ଟ ଅଧ୍ୟକ୍ଷ ତଥା ଉପଜିଲାପାଳ ନିରଞ୍ଜନ ବେହେରା କହିଛନ୍ତି, ରଥଯାତ୍ରା ପାଇଁ ଆନୁସଙ୍ଗିକ ପ୍ରକ୍ରିୟା ଜାରି ରହିଛି। ରଥଖଳା କାର୍ଯ୍ୟ ଆରମ୍ଭ ହୋଇଛି। ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖାଯାଇ ରାଜ୍ୟ ସରକାରଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.