ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ ନେଇ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଗତବର୍ଷ ଭଳି ଏଥର ମଧ୍ୟ ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ କରାଯାଇଛି। ଗତବର୍ଷ ହ୍ରାସ କରାଯାଇଥିବା ପାଠ୍ୟକ୍ରମ ଏଥର ମଧ୍ୟ ଲାଗୁ ହେବ ବୋଲି ବୋର୍ଡ ପକ୍ଷରୁ ପ୍ରକାଶିତ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ ହୋଇଛି। ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ୩୦ ପ୍ରତିଶତ ହ୍ରାସ ହୋଇଥିଲା। ଚଳିତ ବର୍ଷ କରୋନାର ଦ୍ୱିତୀୟ ଲହର ଯୋଗୁ କ୍ଲାସ୍‌ରୁମ୍‌ ଶିକ୍ଷାଦାନ ଆରମ୍ଭ ହୋଇପାରିନାହିଁ। ୨୦୨୧-୨୨ ଶିକ୍ଷାବର୍ଷ ତିନିମାସ ହେବ ଆରମ୍ଭ ହୋଇଥିଲେ ବି ଏପର୍ଯ୍ୟନ୍ତ ପିଲା ସ୍କୁଲ ମାଡ଼ି ନାହାନ୍ତି। କେବେ ସ୍କୁଲ ଖୋଲିବ ସେ ନେଇ କିଛି ଜଣାନାହିଁ। ତେଣୁ ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ଅନ୍‌ଲାଇନ୍‌ ଶିକ୍ଷାଦାନ ଆରମ୍ଭ କରିଦେଇଛନ୍ତି। ଗତ ୨୧ ତାରିଖରୁ ପ୍ରଥମରୁ ଦଶମଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟ୍ୟୁବ୍‌ ଓ ଶିକ୍ଷା ଦର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ତେବେ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ଥିବାବେଳେ ଶିଶୁ ଅଧିକ ସଂକ୍ରମଣ ହେବେ ବୋଲି ଆଶଙ୍କା କରାଯାଉଛି। ତେଣୁ ଆଗକୁ ସ୍କୁଲ ଖୋଲିବା ଆଶା କରାଯାଇପାରୁନାହିଁ। ଏଥର ବି ପାଠ୍ୟକ୍ରମ ହ୍ରାସ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ତେବେ ପାଠ୍ୟକ୍ରମ ହ୍ରାସ ନିଷ୍ପତ୍ତିକୁ ଶିକ୍ଷାବିତ୍‌ ନାପସନ୍ଦ କରିଛନ୍ତି। ଏ ନେଇ ଶିକ୍ଷାବିତ୍‌ ପ୍ରୀତିଶ ଆଚାର୍ଯ୍ୟ କହିଛନ୍ତି, ଏଥର ଶିକ୍ଷାବର୍ଷ ଠିକ୍‌ ସମୟରେ ଆରମ୍ଭ ହୋଇଛି। ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ ହ୍ରାସ କରିବା ନିଷ୍ପତ୍ତି ଆଉ କିଛି ଦିନ ପରେ ନେଇଥିଲେ ଉଚିତ ହୋଇଥାନ୍ତା। ଏବେ ଏହି ନିଷ୍ପତ୍ତି ନେବା ଦ୍ୱାରା ମନେହେଉଛି ଯେପରି କରୋନାର ଭୟ ବର୍ଷସାରା ଲାଗି ରହିବ। ପାଠ୍ୟକ୍ରମ ହ୍ରାସ କଲେ ପିଲା ଠିକ୍‌ରେ ମାର୍କ ପାଇବା ପାଇଁ ସକ୍ଷମ ହେବେ। କିନ୍ତୁ ସେମାନଙ୍କ ଭବିଷ୍ୟତ ଗଢ଼ିବାରେ ତାହା ଉପଯୋଗୀ ହେବ ନାହିଁ। ପିଲାଙ୍କ ବ୍ୟକ୍ତିତ୍ୱ ବିକାଶରେ ଏହା ସହାୟକ ହେବ ନାହିଁ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.