ନୂଆଦିଲ୍ଲୀ,୨୦।୬: ଅଲିମ୍ପିକ୍ ଯୋଗ୍ୟତାଧାରୀ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ଦାନ କରିବ। ରବିବାର ବସିଥିବା ବିସିସିଆଇର ଆପେକ୍ସ କାଉନ୍ସିଲ ବୈଠକରେ ଏ ସକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଛି। ବୈଠକରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ସାଧାରଣ ସମ୍ପାଦକ ଜୟ ଶାହ ଯୋଗଦେଇଥିଲେ।
ଅଲିମ୍ପିକ୍ ଯୋଗ୍ୟତା ଅର୍ଜନ କରିଥିବା ଆଥ୍ଲେଟଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଛି ବିସିସିଆଇ। ଆପେକ୍ସ କାଉନ୍ସିଲ ପକ୍ଷରୁ ଏଥି ନେଇ ୧୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଖେଳାଳିଙ୍କ ପ୍ରସ୍ତୁତି ଓ ଟ୍ରେନିଂରେ ଏହି ଅର୍ଥ ଖର୍ଚ୍ଚ ହେବ ବୋଲି ବିସିସିଆଇର ଜଣେ ଅଧିକାରୀ କହିଛନ୍ତି। ଟୋକିଓ ଅଲିମ୍ପିକ୍ସ ଆସନ୍ତା ଜୁଲାଇ ୨୩ରୁ ଆରମ୍ଭ ହେବାର ଅଛି। ଲି ନିଙ୍ଗ କମ୍ପାନୀ କିଟ୍ ପ୍ରାୟୋଜକରୁ ହଟିଯାଇଥିବାରୁ ବିସିସିଆଇ ପକ୍ଷରୁ ପ୍ରଦାନ କରାଯାଉଥିବା ଏହି ଅର୍ଥ ବିଭିନ୍ନ ଉପାୟରେ ଭାରତୀୟ ଆଥ୍ଲେଟଙ୍କ ଟ୍ରେନିଂରେ ଲାଗିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.