ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇପାରେ। ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ସାମ୍ନା କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ବୁଧବାର ଭିଡିଓ କନ୍ଫରେନ୍ସରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି କହିଛନ୍ତି, ପ୍ରାକ୍ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ୍ ଓ ଅଗ୍ନିସେବା ୟୁନିଟ୍ଗୁଡ଼ିକ ତୁରନ୍ତ ପଦକ୍ଷେପ ନେବା ପାଇଁ ସତର୍କ ହୋଇ ରହିବା ଜରୁରୀ । ବିପଦସଙ୍କୁଳ ଓ ଅଗମ୍ୟ ଅଞ୍ଚଳରେ ଯଥେଷ୍ଟ ପରିମାଣର ଖାଦ୍ୟପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ ରଖିବା ଆବଶ୍ୟକ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ୍ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସବୁ ଜିଲା ଓ ସମ୍ପୃକ୍ତ ବିଭାଗଗୁଡ଼ିକରେ କଣ୍ଟ୍ରୋଲ ରୁମ୍ ୨୪ ଘଣ୍ଟା ଖୋଲା ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ଓ ବୟୋଜ୍ୟେଷ୍ଠଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ୍ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସମ୍ପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡ଼ି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସମସ୍ତ ବିଷୟଗୁଡ଼ିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ଲୋକମାନଙ୍କୁ ଠିକ୍ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରି ନବୀନ କହିଛନ୍ତି, ମହାମାରୀର ପ୍ରଭାବ ସତ୍ତ୍ବେ ଓଡ଼ିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ଏଥିପାଇଁ ସରକାରଙ୍କ ସବୁ ବିଭାଗ ମିଳିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି। ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ଯ୍ୟୟର ପ୍ରଭାବକୁ କମ୍ କରାଯାଇପାରିବ।
ଓଡ଼ିଶା ଦେଶରେ ସବୁଠାରୁ ଅଧିକ ବିପର୍ଯ୍ୟୟପ୍ରବଣ ରାଜ୍ୟ। ବନ୍ୟା, ବାତ୍ୟା, ମରୁଡ଼ି ଭଳି ବିଭିନ୍ନ ପ୍ରକାର ବିପର୍ଯ୍ୟୟକୁ ରାଜ୍ୟ ନିୟମିତ ଭାବରେ ସାମ୍ନା କରିଆସୁଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢ଼ିବା ସହିତ ଅଧିକ ସଂଖ୍ୟକ ବିପତ୍ତି ଦେଖାଦେଉଛି। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସମସ୍ତ ବିପର୍ଯ୍ୟୟପ୍ରବଣ ଅଞ୍ଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କର ଶିକ୍ଷା, ସରକାରୀ କର୍ମଚାରୀ ଓ ପ୍ରତିନିଧିମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରକୃତିର ବିଭୀଷିକାକୁ ମୁକାବିଲା ପାଇଁ ଆମକୁ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
୨୦୨୦-୨୧ରେ ବାତ୍ୟା ‘ଅମ୍ଫନ’ ଓ ‘ୟାସ୍’କୁ ରାଜ୍ୟ ସାମ୍ନା କରିଛି। ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି। ଆମେ ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଆଲୋଚନାରେ ଏମ୍ପି ଚନ୍ଦ୍ରଶେଖର ସାହୁ, ବିଧାୟକ ନରସିଂହ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବିଧାୟକ ପ୍ରତାପ କେଶରୀ ଦେଓ, ବିଧାୟକ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ମତାମତ ଦେଇଛନ୍ତି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରାରମ୍ଭିକ ଭାଷଣରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ୍ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବୈଠକରେ ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...
ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...
ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ
ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...
ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍
ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...
ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ
ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି...


