ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର ନାବାଳକ ପୁଅଙ୍କୁ ବାଡିରେ ମାଡ଼ ମାରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରଲା ହୋଇଥିଲା। ଏନେଇ ବ୍ରଜରାଜନଗରର ମାନବାଧିକାର କର୍ମୀ ରବି ସୋନୀ ଶୁକ୍ରବାର ମାନବାଧିକାର କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଦାବି କରିଛନ୍ତି। ଫଳରେ ଜିଲା ପ୍ରଶାସନ ପାଇଁ ଏହା ମୁଣ୍ଡ ବିନ୍ଧାର କାରଣ ହୋଇଛି। ଏଭଳି ସ୍ଥିତିରେ ଜିଲାପାଳ ସରୋଜ କୁମାର ସାମଲ ଘଟଣାର ତଦନ୍ତ ପାଇଁ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ୨ ଦିନ ପରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ତରଫରୁ ମାଡ ଖାଇଥିବା ବୃଦ୍ଧ ବ୍ୟବସାୟୀ ଦେବେନ ଝା ଓ ତାଙ୍କର ନାବାଳକ ପୁଅଙ୍କୁ ଏକ ସ୍ବତନ୍ତ୍ର ଗାଡିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଅଣାଯାଇଥିଲା। ଏପରିକି ମାଜିଷ୍ଟ୍ରେଟ୍ ତଥା ଅତିରିକ୍ତ ତହସିଲଦାର ତିର୍କୀଙ୍କୁ ମଧ୍ୟ କାର୍ଯ୍ୟାଳୟକୁ ଡକାଯାଇଥିଲା। ଉପଜିଲାପାଳ ଶିବ ଟପ୍ପୋ ପଚରାଉଚୁରା କରି ଉଭୟଙ୍କ ବୟାନ ରେକର୍ଡ କରିଥିଲେ। ଜିଲା ପ୍ରଶାସନର ପ୍ରାଥମିକ ତଦନ୍ତ ମଧ୍ୟର ଭାଇରାଲ୍ ଭିଡିଓକୁ ଦେଖିଲେ ମାଜିଷ୍ଟ୍ରେଟ୍ ବ୍ୟବସାୟୀଙ୍କୁ ବାଡିରେ ପିଟୁଥିବା ସ୍ପଷ୍ଟ ହୋଇଛି। ମାଜିଷ୍ଟ୍ରେଟ୍ ଜଣଙ୍କ ବ୍ୟବସାୟୀଙ୍କୁ କାହିଁକି ଏବଂ କେଉଁ ପରିସ୍ଥିତିରେ ମାଡ଼ ମାରିଥିଲେ ଏହାର ତଦନ୍ତ ଚାଲିଛି। ତଦନ୍ତ ପରେ ଜିଲାପାଳଙ୍କୁ ଏକ ରିପୋର୍ଟ ପ୍ରଦାନ କରାଯିବ। ପରେ ଜିଲାପାଳ ଯାହାକିଛି ପଦକ୍ଷେପ ନେବେ ବୋଲି ଉପଜିଲାପାଳ ଟପ୍ପୋ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.