ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ ନେତାଙ୍କ ଭିତରେ ଆରମ୍ଭ ହୋଇଥିବା ଟୁଇଟ୍‌ ଯୁଦ୍ଧ ରାଜନୈତିକ ପାଣିପାଗକୁ ଉଷ୍ମ କରିଛି। ବୁଧବାର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ୍‌ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଓଡ଼ିଶା ଟିକା କିଣିବାରେ ଅସମର୍ଥ ହୋଇ କେନ୍ଦ୍ରର ସହଯୋଗ ଲୋଡ଼ିଲା। ଏହାପରେ କେନ୍ଦ୍ର ସହଯୋଗର ହାତ ବଢ଼ାଇଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ଟିକା ଯୋଗାଣ ବ୍ୟବସ୍ଥା କଲେ। ତେଣୁ ସୌଜନ୍ୟତା ଦୃଷ୍ଟିରୁ ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଯିବା କଥା। ହେଲେ ଏହା ନ କରିବା ହୀନମନ୍ୟତାର ପରିଚାୟକ ବୋଲି ଅପରାଜିତା ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ଅପରାଜିତାଙ୍କ ଟୁଇଟ୍‌ର ଜବାବରେ ବିଜେଡି ରାଜ୍ୟ ସଭା ସଦସ୍ୟ ତଥା ମୁଖପାତ୍ର ସସ୍ମିତ ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ ଭାଜପାକୁ ଟାର୍ଗେଟ କରି କହିଛନ୍ତି ଯେ, ଟିକାକରଣ ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହୁଛି। ଟିକାକରଣ କେନ୍ଦ୍ରରେ ଫଟୋକୁ ନେଇ ରାଜନୀତି କରିବା ଲଜ୍ଜାଜନକ ବିଷୟ। ସୂଚନାଯୋଗ୍ୟ, ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ଟିକା କେନ୍ଦ୍ରରେ ଫଟୋକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଉତ୍ତେଜନା ଦେଖାଦେଇଥିଲା। ଟିକା ଦେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ପ୍ଲାକାର୍ଡରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଓ ବିଜେଡି ଲୋଗୋ ଥିବାରୁ ଭାଜପା ପକ୍ଷରୁ ପ୍ରତିବାଦ କରାଯାଇଥିଲା। ଦଳୀୟ କର୍ମୀମାନେ ଟିକାକରଣ କେନ୍ଦ୍ରରେ ଥିବା ପ୍ଲାକାର୍ଡକୁ ଫିଙ୍ଗିଦେଇଥିଲେ। ସୋମବାର ଅନୁଗୋଳ, ବାଲେଶ୍ୱର, ରାୟଗଡ଼ା ଏବଂ ଜୟପୁରରେ ଭାଜପା କର୍ମୀମାନେ ପ୍ରତିବାଦ କରିଥିଲେ। ମଙ୍ଗଳବାର ବ୍ରହ୍ମପୁରରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା। ଭାଜପାର ଏଭଳି କାର୍ଯ୍ୟକୁ ବିଜେଡି ଅରାଜକତା ବୋଲି କହିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.