ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପିତାତଳି ଗ୍ରାମର ରାଙ୍ଗା ରାଓ। ଫେରାର୍ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।
ସୂଚନା ଯୋଗ୍ୟ, ପିତାତଳି ଗ୍ରାମର ପୂର୍ବତନ ଚିକିଟି ବ୍ଲକ ଅଧ୍ୟକ୍ଷ ନରସିଙ୍ଗଲୁ ମୂର୍ତ୍ତି ଓ ୧୭ ନଂ ବିଜେଡି ଜିଲା ପରିଷଦ ସଭ୍ୟଙ୍କ ସ୍ବାମୀ ରାଙ୍ଗା ରାଓଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ଥିଲା। ଗୁରୁବାର ରାତିରେ ଗ୍ରାମରେ କୌଣସି କାରଣରୁ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ବୋମାମାଡ ହୋଇଥିଲା। ଏ ନେଇ ପୋଲିସ ଶନିବାର କେ.ନରସିଙ୍ଗଲୁଙ୍କ ସେମତ ୧୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଶନିବାର ରାତିରେ ଘରେ ରାଙ୍ଗା ରାଓ ଥିବା ବେଳେ ପୋଲିସ ତାଙ୍କୁ ଥାନାକୁ ଆଣି ପଚରାଉଚୁରା ପରେ ଗିରଫ କରିଥିଲା। ୨ ଟି ମାମଲାରେ ଗିରଫ ସଂଖ୍ୟା ୧୫ରେ ପହଞ୍ଚିଛି। ଗ୍ରାମରେ ପରିସ୍ଥିତି ଶାନ୍ତ ରହିଛି ବିଶୃଙ୍ଖଳା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.