ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ କରିଛି। ସାରା ରାଜ୍ୟରେ ଏ ନେଇ ପ୍ରତିବାଦ ଚାଲୁଥିଲା ବେଳେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ସନ୍ତ ରାଉଳ, ଅମରେଶ ମହାରଣା, ଡି ସୁରେଶ ରେଡ୍ଡୀଙ୍କ ସମେତ ବହୁ ଭାଜପା କର୍ମୀମାନେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ପ୍ରତିବାଦ କରିଛନ୍ତି। କେନ୍ଦ୍ର ସରକାର ସାରା ଦେଶକୁ ମାଗଣାରେ ଟିକା ପ୍ରଦାନ କରୁଥିଲା ବେଳେ ଓଡ଼ିଶାରେ କାହିଁକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଲଗାଯାଉଛି। ତେଣୁ ଏହି ହୀନ ରାଜନୀତି ଛାଡ଼ି ମୁଖ୍ୟମନ୍ତ୍ରୀଙ୍କ ଫୋଟୋ ଚିରିକୁଟି ଦେବା ବନ୍ଦ କରାଯାଉ ନଚେତ ଆଗାମୀ ଦିନରେ ଆନ୍ଦୋଳନ ପନ୍ଥା ଗ୍ରହଣ କରାଯିବ ବୋଲି ଭାଜପା କର୍ମୀ ଚେତାବନୀ ଦେଇଛନ୍ତି। ମାତ୍ର ଟିକାକରଣ କେନ୍ଦ୍ର ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀଙ୍କ କୌଣସି ଫୋଟ କିମ୍ବା ଚିରିକୁଟି ଦିଆଯାଉଥିବା ଦେଖିବାକୁ ମିଳିନଥିଲା। କୌଣସି ଅପ୍ରିତୀକର ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ଘଟଣାସ୍ଥଳରେ ପାଲିସ ଅଧିକାରୀ ଏବଂ ମେଡିକାଲ ଏସ୍‌ଡିଏମଓ ଉପସ୍ଥିତ ରହି ଭାଜପା କର୍ମୀମାନଙ୍କୁ ବୁଝାସୁଝା କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.