ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇସାରିଲେଣି। ସୂଚନା ମୁତାବକ ମେ’ ୭ରେ ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଥିଲେ। ତେବେ ୨୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ ହୋଇସାରିଲେଣି। ସେଥିରୁ ୫୦୦ରୋଗୀ ମାତ୍ର ୧୧ ଦିନରେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ହରିଆଣାରେ ଏପର୍ଯ୍ୟନ୍ତ ମୋଟ ୧୦୨୫ ବ୍ଲାକ୍ ଫଙ୍ଗସ୍ ରେଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୮ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ୭୮୪ଜଣଙ୍କ ଚିକିତ୍ସା ଚାଲିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି। ଅନ୍ୟପଟେ ରାଜ୍ୟରେ ଇଞ୍ଜେକ୍ସନ ଅଭାବରୁ ରୋଗୀଙ୍କ ଚିକିତ୍ସା କରାଯାଇ ପାରୁନାହିଁ ବୋଲି ଗୃହମନ୍ତ୍ରୀ ଅନୀଲ ବିଜ କହିଛନ୍ତି। ତେବେ ଏନେଇ ସେ କେନ୍ଦ୍ରକୁ ଅବଗତ କରାଇଛନ୍ତି। ଖୁବ୍ଶୀଘ୍ର ରାଜ୍ୟରେ ଇଞ୍ଜେକ୍ସନ ଉପଲବ୍ଧ କରାଇ ରୋଗୀଙ୍କ ଚିକିତ୍ସାକୁ ତ୍ୱରାନ୍ବିତ କରାଯିବ ବୋଲି ଅନୀଲ ବିଜ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.