ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର କାନ୍ଥ ଓ କୋଠାମାନ ଭାଙ୍ଗିଯାଇଛି। ଏତଦ୍‌ ବ୍ୟତୀତ ଏକ କୋଠା ସମ୍ପୂର୍ଣ୍ଣ ଭୁଷୁଡ଼ିପଡ଼ିଥିବା ବେଳେ ଘଟଣାସ୍ଥଳରେ ଠିଆ ହୋଇଥିବା କିଛି ଗାଡ଼ି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସବୁଠାରୁ ବଡ଼ କଥା ହେଉଛି ଏହି ବିସ୍ଫୋରଣ କୁଖ୍ୟାତ ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ହୋଇଥିବା ସୂଚନା ରହିଛି। ଘଟଣାସ୍ଥଳରେ ପୋଲିସ ରେସକ୍ୟୁ ଟିମ୍‌ ଓ ବୋମା ନିଷ୍କ୍ରିୟକାରୀ ଦଳ ସହିତ ପହଞ୍ଚିଛି। ଏହି ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ଆହତଙ୍କୁ ଜିନ୍ନା ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଛି ବୋଲି ଉଦ୍ଧାରକାରୀ ଦଳ ସୂଚନା ଦେଇଛନ୍ତି। ଅନ୍ୟପଟେ ଘଟଣାସ୍ଥଳକୁ ଘେରାବନ୍ଦୀ କରାଯାଇ ପୋଲିସ ଘଟଣାର ଯାଞ୍ଚ କରୁଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.