ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏନେଇ ବଲାଙ୍ଗୀର ଏସ୍‌ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶିଯାଇଥିଲେ। ବନ୍ଧୁକଧାରୀ ହେଉଛନ୍ତି ବଲାଙ୍ଗୀର ସହରର ତାଳ ପାର୍ଲି ପଡ଼ାର ବିକ୍ରମ ପଣ୍ଡା। ବିକ୍ରମ ଘର ଭିତରେ ପଶି ପରିବାରର ୩ଜଣଙ୍କୁ ବନ୍ଧକ ରଖି ଆତଙ୍କ ଚଳାଇଥିଲେ। ଘଟଣାସ୍ଥଳରେ ପୋଲିସ ଏସ୍‌ଡିପିଓ ପହଞ୍ଚି ଯୁବକଙ୍କୁ ବୁଝାସୁଝା କରିବା ସହ ବନ୍ଧକଙ୍କୁ ଛାଡିବା ପାଇଁ ନିବେଦନ କରିଥିଲେ। କିନ୍ତୁ ଉକ୍ତ ଯୁବକ କାହା କଥା ଶୁଣି ନ ଥିଲେ। ତେବେ ଦୀର୍ଘ ୪ଘଣ୍ଟାର ଉଦ୍ୟମ ପରେ ସମସ୍ତ ବନ୍ଧକଙ୍କୁ ଅଗ୍ନିଶମ ବିଭାଗ ଘରର ଝରକା ଦେଇ ଉଦ୍ଧାର କରିଥିଲା। ଏହାପରେ ପୋଲିସ ବନ୍ଧୁକଧାରୀଙ୍କୁ ଧରିବାକୁ ଅପରେଶ୍‌ନ ଆରମ୍ଭ କରିଥିଲେ। ଆତ୍ମସମର୍ପଣ କରାଇବା ପାଇଁ ତାଙ୍କ ସାଙ୍ଗମାନଙ୍କୁ ମଧ୍ୟ ଡ଼କାଯାଇଥିଲେ। ହେଲେ ଯୁବକ ଜଣକ ତାଙ୍କ ସାଙ୍ଗଙ୍କ କଥା ମଧ୍ୟ ଶୁଣି ନ ଥିଲେ। ଶେଷରେ ପୋଲିସ ଦୀର୍ଘ ୫ଘଣ୍ଟାର କସ୍‌ରତ ପରେ ସୁରକ୍ଷିତ ଭାବେ ବିକ୍ରମଙ୍କୁ ଗିରଫ କରିଛି। ତେବେ ଏହି ସମୟରେ ଘଟଣାସ୍ଥଳରେ ୨ରୁ ୩ରାଉଣ୍ଡ ଫାୟାରିଂ ହୋଇଥିବା ଜଣାପଡ଼ିଛି। ତେବେ ଏହା ପୋଲିସ ପକ୍ଷରୁ କି ବିକ୍ରମ ପକ୍ଷରୁ ଫାୟାରିଂ ହୋଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.