ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି ଧକ୍କା ଦେଇଥିଲା। ଫଳରେ ବୋଲେରୋରେ ଥିବା ୨ ଜଣ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଖିରେଇଟାଙ୍ଗିରି ଗ୍ରାମର ଚାଳକ ଗୋପାଳ ଚନ୍ଦ୍ର ମହାନ୍ତ(୩୩) ଓ ଦିଲ୍ଲୀପ କୁମାର ମହାନ୍ତ (୩୫)। ଚାଳକ ଦିଲୀପଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଗୋପାଳଙ୍କୁ କେନ୍ଦୁଝରରୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଉଥିବା ବେଳେ ଘଟଗାଁ ନିକଟରେ ମୃତ୍ୟୁ ଘଟିଛି। ଏହି ୨ ବ୍ୟକ୍ତି ୪୯ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଠିକାସଂସ୍ଥାରେ ନିୟୋଜିତ ଥିବା କର୍ମଚାରୀ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.