ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ କାଦୁଅ ଫିଙ୍ଗାଫିଙ୍ଗି ସହ ଦଳ ପରିବର୍ତ୍ତନ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ବହୁଜନ ସାମଜ ପାର୍ଟି(ବିଏସ୍ପି)ରେ ଏବେ ବିଦ୍ରୋହ ଦେଖାଦେଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ମାୟାବତୀଙ୍କ ଦଳର ୯ଜଣ ବିଧାୟକ ଏବେ ବିଦ୍ରୋହକୁ ଓହ୍ଲାଇଛନ୍ତି। ଏହି ବିଦ୍ରୋହୀ ବିଧାୟକମାନେ ଲକ୍ଷ୍ନୌ ସ୍ଥିତ ସମାଜବାଦୀ ପାର୍ଟି(ଏସ୍ପି) କାର୍ଯ୍ୟାଳୟରେ ଅଖିଳେଶ ଯାଦବଙ୍କୁ ସାକ୍ଷାତାକର କରିଥିବା ଜଣାପଡ଼ିଛି। କୁହାଯାଉଛି, ଏହି ବିଧାୟକମାନେ ଖୁବ୍ଶୀଘ୍ର ଏସ୍ପିରେ ସାମିଲ ହୋଇପାରନ୍ତି। ତେବେ ସାକ୍ଷାତକାର ସମୟରେ ଏହି ୯ବିଦ୍ରୋହୀ ବିଧାୟକ ଓ ଅଖିଳେଶଙ୍କ ମଧ୍ୟରେ ୨୦୨୨ ବିଧାନସଭା ନିର୍ବାଚନକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.