ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ, ଶଟ୍ଡାଉନ, ତୈଳଦର ବୃଦ୍ଧି, ଯାତ୍ରୀସଂଖ୍ୟା ହ୍ରାସ ଆଦି ସମସ୍ୟା ନେଇ ରାଜ୍ୟର ୧୪ ହଜାର ବସ୍ ଅନିର୍ଦ୍ଦିଷ୍ଟ କାଳ ଲାଗି ଚଳାଚଳ ବନ୍ଦ ରଖିବାକୁ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଛି।
କୋଭିଡ୍ ପ୍ରଥମ ଲହର ପରେ ବସ୍ ସେବା ସ୍ବାଭାବିକ ହେବା ପୂର୍ବରୁ ଦ୍ୱିତୀୟ ଲହରର ଶକ୍ତ ଧକ୍କା ଦେଇଛି। ରାଜ୍ୟର ଆର୍ଥିକ ଓ ନିଯୁକ୍ତି କ୍ଷେତ୍ରକୁ ଗୁରୁତ୍ୱ ଦେଇ ରାଜ୍ୟ ଓ କେନ୍ଦ୍ର ସରକାର ସ୍ବତନ୍ତ୍ର ଭାବେ ରାଜ୍ୟ ପରିବହନ ଶିଳ୍ପକୁ ଗୁରୁତ୍ୱ ଦେବାକୁ ସଂଘ ପକ୍ଷରୁ ନିବେଦନ କରାଯାଇଛି। ବାସ୍ତବ ସ୍ଥିତିକୁ ଅନୁଧ୍ୟାନ କରି ପରିବହନ ଶିଳ୍ପକୁ ବଞ୍ଚାଇବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଜ୍ୟ ମୁଖ୍ୟମନ୍ତ୍ରୀ ତୁରନ୍ତ ପଦକ୍ଷେପ ନେବାକୁ ସଂଘ ନିବେଦନ କରିଛି। ରାଜ୍ୟ ସରକାର ମୋଟର ଯାନ ଟିକସ ଛାଡ଼ କରିଛନ୍ତି। କରୋନା ସ୍ଥିତି କେତେବେଳେ ସ୍ବାଭାବିକ ହେବ ତାହା ଅନିଶ୍ଚିତତା ମଧ୍ୟରେ ଗତି କରୁଛି। ଏହାକୁ ଦୃଷ୍ଟିରେ ରଖି ବସ୍ ମାଲିକମାନେ ସମସ୍ତ ବସ୍କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଛନ୍ତି ବୋଲି ସଂଘ ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି। ଲକ୍ଡାଉନ ଉଠିବା ପରେ ବସ୍ଗୁଡ଼ିକରେ ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେବେ କି ନାହିଁ ତାହା ଆଶଙ୍କା ଭିତରେ ରହିଛି। ଏଥିସହିତ କ୍ରମାଗତ ଡିଜେଲ ଦର ବୃଦ୍ଧି ବୋଝ ଉପରେ ନଳିତବିଡ଼ା ହୋଇଛି। ବସ୍ ଚଳାଚଳ ଜାରି ରଖିଲେ ଦୈନିକ ୧୦ ହଜାର ଟଙ୍କା କ୍ଷତି ହେବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି ଚଳିତ ଜୁନ୍ରୁ ଅଗଷ୍ଟ ଯାଏ ଟିକସ ଛାଡ଼ କରିବା ସହ ବ୍ୟାଙ୍କ ସୁଧ ୬ ମାସ ପାଇଁ ସ୍ଥଗିତ ରଖିବା, ବସ୍ର ବୀମା ଅବଧିକୁ ୬ ମାସ ପାଇଁ ବୃଦ୍ଧି କରିବା, ବସ୍ ମାଲିକ ଓ କର୍ମଚାରୀମାନଙ୍କ ପାଇଁ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...
ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ।...
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି...
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି...
ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ
ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ,...


