ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଅତିରିକ୍ତ ତହସିଲଦାରଙ୍କ ମାଡ଼ ମାରିବା ଭିଡିଓ ପ୍ରଥମେ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ମାଜିଷ୍ଟ୍ରେଟ୍ଙ୍କ ଏଭଳି ଅମାନବୀୟ କାର୍ଯ୍ୟକୁ ବିଭିନ୍ନ ସଙ୍ଗଠନ ନିନ୍ଦା କରିବା ସହ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ବ୍ରଜରାଜନଗରର ମାନବାଧିକାର କର୍ମୀ ରବି ସୋନୀ ଶୁକ୍ରବାର ଏ ନେଇ ମାନବାଧିକାର କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଅତିରିକ୍ତ ତହସିଲଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଏଭଳି ସ୍ଥିତିରେ ଜିଲାପାଳ ସରୋଜ କୁମାର ସାମଲଙ୍କ ନିର୍ଦ୍ଦେଶରେ ଉପଜିଲାପାଳ ଶୁକ୍ରବାର ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମାଡ଼ ଖାଇଥିବା ବୃଦ୍ଧ ବ୍ୟବସାୟୀ ଦେବେନ ଝା ଓ ନାବାଳକ ପୁଅଙ୍କୁ ତାଙ୍କ ଘରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାକୁ ଅତିରିକ୍ତ ତହସିଲଦାର ତିର୍କୀଙ୍କୁ ମଧ୍ୟ ଡକାଯାଇଥିଲା। ଉପଜିଲାପାଳ ଶିବ ଟପ୍ପୋ ପଚରାଉଚରା କରି ଉଭୟ ପକ୍ଷଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି। ଭାଇରାଲ୍ ହୋଇଥିବା ଭିଡ଼ିଓ ଦେଖିବା ପରେ ମାଜିଷ୍ଟ୍ରେଟ୍ ବ୍ୟବସାୟୀଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ବାଡିରେ ପଟିଲେ ତାହାର ତଦନ୍ତ ଚାଲିଛି ବୋଲି ଉପଜିଲାପାଳ ଶିବ ଟପ୍ପୋ କହିଛନ୍ତି। ସେ ଆଉ କହିଛନ୍ତି, ତଦନ୍ତ କରାଯାଇ ସବିଶେଷ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ। ଏହା ଉପରେ ଜିଲାପାଳ ଯାହାକିଛି ପଦକ୍ଷେପ ନେବେ।
ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
Posted inଆମ ଜିଲା ଖବର, ଝାରସୁଗୁଡ଼ା View All
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ...
କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ
ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬...
ସୁବର୍ଣ୍ଣପୁର ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ବିଳମ୍ବିତ
ସୋନପୁର,୨୬।୬(ନି.ପ୍ର.) – ସୁବର୍ଣ୍ଣପୁର ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ପାଣ୍ଠି ଥାଇ ମଧ୍ୟ କାମର ଅଗ୍ରଗତି ହେଉନି। ଏହି ପ୍ରକଳ୍ପ କାର୍ଯ୍ୟ କେବେ...
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...
କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି
ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର...
ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍
ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...


