ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା ସହ ପରିବେଶ ପ୍ରଦୂଷଣ ହୋଇ ନ ଥାଏ। ଏଣୁ ପରିବେଶ ପ୍ରଦୂଷଣ ରୋକିବା ଏବଂ ସାଇକେଲ ଚଳାଇବା ପାଇଁ ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ଏହି ଦିବସର ପରିକଳ୍ପନା କରାଯାଇଛି। ଏହି ୱାର୍ଲଡ ସାଇକେଲ ଦିବସ ଉପଲକ୍ଷେ ଲୋକଙ୍କୁ ସାଇକେଲ ଚଳାଇବାକୁ ସଚେତନ କରିବା ନିମନ୍ତେ ନିଆରା ଉଦ୍ୟମ କରିଛନ୍ତି ପୁରୀ କୁମ୍ଭାରପଡା ଅଞ୍ଚଳର ଯୁବ ଚିତ୍ରଶିଳ୍ପୀ ଶ୍ୱାସତ ରଞ୍ଜନ ସାହୁ। ସେ ୩ ହଜାର ୬ ଶହ ୫୩ଟି ଦିଆସିଲି କାଠିରେ ଏକ ସାଇକେଲର ସୁନ୍ଦର ପ୍ରତିକୃତି ନିର୍ମାଣ କରିଛନ୍ତି। ଏହି ନିଆରା କଳାକୃତି ନିର୍ମାଣ କରିବା ନିମନ୍ତେ ତାଙ୍କୁ ୭ ଦିନ ସମୟ ଲାଗିଥିଲା। ଏହି ସାଇକେଲ ପ୍ରତିକୃତିର ଉଚ୍ଚତା ୫୦ ଇଞ୍ଚ ରହିଥିବା ବେଳେ ଲମ୍ବ ୨୫ ଇଞ୍ଚ ରହିଛି। ସେ ଏହା ପୂର୍ବରୁ ମଧ୍ୟ ଦିଆସିଲି କାଠିରେ ଅନେକ କଳାକୃତି ନିର୍ମାଣ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.