ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ମୁମ୍ବାଇର ମଲାଦ୍ଠାରେ ଥିବା ଏକ ବେକରିରେ ଚଢ଼ାଉ ସମୟରେ ଡ୍ରଗ୍ସ୍ କାରବାରର ନୂଆ ମାଧ୍ୟମ ସମ୍ପର୍କରେ ଜଣାପଡ଼ିଛି। ସହରରେ ଏଭଳି କେତେ ବେକରି ରହିଛି ସେ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଏଭଳି ଡ୍ରଗ୍ସ୍ କାରବାର ସମ୍ପର୍କରେ ଜଣାପଡ଼ିଛି। ଘଟଣାସ୍ଥଳରୁ ୧୬୦ ଗ୍ରାମ୍ ଗଞ୍ଜେଇ ଜବତ ହୋଇଛି। କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି ର଼୍ୟାକେଟ୍ର ମାଷ୍ଟର ମାଇଣ୍ଡ୍ କିଏ ଏବଂ କେଉଁମାନେ ଗ୍ରାହକ ସେନେଇ ତଦନ୍ତ ଜାରି ରହିଛି। ଏନ୍ସିବି ପକ୍ଷରୁ ୨ ଜଣଙ୍କୁ ଗିରଫ କରାଯାଇ ପଚରା ଉଚରା କରାଯାଉଛି।
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ...
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...
ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ...
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ...
ମାଆବାପା ପଜିଟିଭ୍ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି
ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ...
ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ
ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...
ଥରିଲା ଆସାମ: ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ଘଣ୍ଟାରେ ୫ଥର ଭୂକମ୍ପ
ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ...


