ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ମୁମ୍ବାଇର ମଲାଦ୍ଠାରେ ଥିବା ଏକ ବେକରିରେ ଚଢ଼ାଉ ସମୟରେ ଡ୍ରଗ୍ସ୍ କାରବାରର ନୂଆ ମାଧ୍ୟମ ସମ୍ପର୍କରେ ଜଣାପଡ଼ିଛି। ସହରରେ ଏଭଳି କେତେ ବେକରି ରହିଛି ସେ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଏଭଳି ଡ୍ରଗ୍ସ୍ କାରବାର ସମ୍ପର୍କରେ ଜଣାପଡ଼ିଛି। ଘଟଣାସ୍ଥଳରୁ ୧୬୦ ଗ୍ରାମ୍ ଗଞ୍ଜେଇ ଜବତ ହୋଇଛି। କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି ର଼୍ୟାକେଟ୍ର ମାଷ୍ଟର ମାଇଣ୍ଡ୍ କିଏ ଏବଂ କେଉଁମାନେ ଗ୍ରାହକ ସେନେଇ ତଦନ୍ତ ଜାରି ରହିଛି। ଏନ୍ସିବି ପକ୍ଷରୁ ୨ ଜଣଙ୍କୁ ଗିରଫ କରାଯାଇ ପଚରା ଉଚରା କରାଯାଉଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.