ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ...
ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସେଥିରେ ଥିବା ପ୍ରାୟ ୧୨ ଜଣ ଶ୍ରମିକ ଗୁରୁତର ହୋଇଥିବା...
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା...
କରୋନା କଟକଣା ମଧ୍ୟରେ ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ
କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ ମନ୍ଦିର ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିରରେ ମଧ୍ୟ ଅନୁରୂପ ଭାବେ ଶିବ ପାର୍ବତୀଙ୍କ ବିବାହ...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି।...
କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି
ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା ପାଇ ଅପରେସନ ଆରମ୍ଭ କରାଯାଇଥିଲା। ଏସ୍ଓଜି ଓ ଡିଭିଏଫ୍ ବାହିନୀ ଗତକାଲି ଅପରେସନରେ...
କରୋନା ମହାମାରୀ ଯୋଗୁ ଫିକା ପଡିଲା ରଜ ମଉଜ
ବୁଗୁଡ଼ା,୧୬।୬(ଡି.ଏନ.ଏ) : ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୁଗୁଡ଼ା ଅଞ୍ଚଳରେ ନିରାଡ଼ମ୍ବର ଭାବେ ପାଳିତ ହେଉଛି ରଜ ପର୍ବ। ରଜରେ ଝିଅମାନେ ସାମୂହିକ ଭାବେ ସଜବାଜ ହୋଇ ଗୀତ ଗାଇ ରଜ ପାଳିବା ଏବଂ ପୁଚି ଖେଳିବା ପରମ୍ପରା...
ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର
ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର ଅଞ୍ଚଳରଭାଗବତ ରାଉତ ପୁତ୍ର କପିଳେଶ୍ୱର (୩୮) ଙ୍କୁ କେତେକ ଦୁବୁତ୍ତ ଆକ୍ରମଣ କରିଥିଲେ।...
ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ
ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମଙ୍ଗୁଳି ଛକ ରଶ୍ମି ମୋଟର ନିକଟରେ ଆଗରୁ...
ମଉଳିଲା ରଜମଉଜ
କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ ପାଳନ କରିବା ସମ୍ଭବପର ହେଉନାହିଁ। ଗଣପର୍ବ ହୋଲି ପରେ ଏବେ କୃଷିଭିତ୍ତିକ ପର୍ବ...