ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା ସ୍ଥିତିକୁ ଦେଖି ପରୀକ୍ଷାର ସମସ୍ତ ସମ୍ଭାବ୍ୟ ଦିଗ ଉପରେ ଆଲୋଚନା କରାଯାଇଥିଲା। ଶେଷରେ ପରୀକ୍ଷା ବାତିଲ ନେଇ ନିଷ୍କର୍ସ ବାହାରିଥିବା ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।
ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ମଙ୍ଗଳବାର ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥାନ୍ତେ। ହେଲେ ହଠାତ୍ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏହାପରେ ପ୍ରଧାନମନ୍ତ୍ରୀ ପିଲାଙ୍କ ବରିଷ୍ଠ ମନ୍ତ୍ରୀ ଏବଂ ସଚିବଙ୍କ ସହ ପରୀକ୍ଷା ହେବ କି ନାହିଁ ସେ ନେଇ ଆଲୋଚନା କରିବେ ବୋଲି ଜଣାପଡ଼ିଥିଲା। ବୈଠକରେ ପିଲାଙ୍କ ସୁରକ୍ଷା ଓ ସ୍ବାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ କହିବା ସହ ଏବେର ସ୍ଥିତିକୁ ଦେଖି ପରୀକ୍ଷା ବାତିଲ ନିଷ୍ପତ୍ତି ନେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.