ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝରର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ ଜଗତ୍ସିଂହପୁର, କଟକ, ପୁରୀ, ଅନୁଗୋଳ, ବରଗଡ଼, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଗାଣ ବର୍ଷା ନ ଥିଲେ ମଧ୍ୟ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ୧.୯ ମିଲିମିଟର ବର୍ଷା ହୋଇଥିବା ବେଳେ ଚାନ୍ଦବାଲିରେ ୩୫.୮, କଟକ ୪୪.୨, ପାରାଦୀପ ୦.୪, ଭୁବନେଶ୍ୱର ୧୧.୪, ଗୋପାଳପୁର ୦.୯, ପୁରୀ ୫୨.୮, ଅନୁଗୋଳ ୯.୬, ବାରିପଦା ୪, ଝାରସୁଗୁଡା ୩୮.୧, କେନ୍ଦୁଝର ୩୪.୫, ସୁନ୍ଦରଗଡ଼ ୩୩, ଭବାନୀପାଟଣା ୩୦.୬, ବଲାଙ୍ଗୀର ୨.୮, କୋରାପୁଟ ୩୯, ଟିଟିଲାଗଡ଼ ୨୫, ମାଲକାନଗିରି ୧୭.୨, ଛତ୍ରପୁର ୨.୪ ଏବଂ ରାୟଗଡ଼ାରେ ୫.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.