ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍ସିଂହପୁର, କଟକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.