ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି ରଥ ଦଉଡ଼ି ଏବଂ ୬ଟି କର୍ଡନ ଦଉଡ଼ି ପହଞ୍ଚତ୍ଛି। ସମୁଦାୟ ୨୦ଟି ଦଉଡ଼ିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ପୁରୀ ଜିଲା ବୀରପ୍ରତାପପୁରରେ ଥିବା ରାଜ୍ୟ ସମବାୟ କତା ନିଗମ ରଥଯାତ୍ରା ପାଇଁ ସମସ୍ତ ରଥ ଦଉଡ଼ି ନିର୍ମାଣ କରିଛି। ପ୍ରାୟ ଏକ ମାସ ଧରି ୧୪ଜଣ କାରିଗର କୋଭିଡ୍ କଟକଣା ମାନି ଦଉଡ଼ିଗୁଡିକୁ ପ୍ରସ୍ତୁତ କରିଛନ୍ତି। ଆସିଥିବା ରଥ ଦଉଡ଼ିଗୁଡିକର ଲମ୍ବ ୨୨୦ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ଇଞ୍ଚ। ସେହିପରି ଆଉଟଡୋର କର୍ଡନ ବା ବାହାର ଘେର ଦଉଡ଼ିର ଲମ୍ବ ୪୫୦ ଫୁଟ ହୋଇଥିବା ବେଳେ ୪ଇଞ୍ଚ ଗୋଲେଇ ରହିଛି। ଇନର କର୍ଡନର ଲମ୍ବ ୧୦୦ ମିଟର ସହ ଗୋଲେଇ ୪ ଇଞ୍ଚ ରହିଛି। ତେବେ ସମସ୍ତ ରଥ ଦଉଡ଼ିକୁ ସୁରକ୍ଷିତ ଭାବରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ରଖାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.