ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ ଶିଶୁମାନଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗୁରୁବାର ବୁଗୁଡ଼ା ବ୍ଲକର ଅରଖପୁର, ବାଲିପଦର, ପାଙ୍ଗିଡି ପଞ୍ଚାୟତରେ ଘରକୁ ଘର ବୁଲି ଅଙ୍ଗନଓ୍ବାଡ଼ି କର୍ମୀ, ଆଶା କର୍ମୀ ଓ ସ୍ବାସ୍ଥ୍ୟକର୍ମୀମାନଙ୍କ ଦ୍ବାରା ଶିଶୁମାନଙ୍କ କୋଭିଡ ଲକ୍ଷଣ, ଅକ୍ସିଜେନ ସ୍ତର ଯାଞ୍ଚ କାର୍ଯ୍ୟ କୋଭିଡ ନିୟମ ପାଳନ ପୂର୍ବକ ସମ୍ପାଦିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ସିଡିପିଓ, ଅଞ୍ଚଳ ପରିଦର୍ଶିକା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ତଦାରଖ କରିଥିଲେ। ସେହିପରି ଅନ୍ୟ ସମସ୍ତ ପଞ୍ଚାୟତରେ ମଧ୍ୟ ଏହି ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଥିବା ନେଇ ସିଡିପିଓ ସୂଚନା ଦେଇଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.