ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ ପାଇଥିବା ଅବା ବିନା ଲକ୍ଷଣରେ ଆକ୍ରାନ୍ତ ହୋଇଥିବା ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି ହୋଇଛି। ଏଥିରେ ସୂଚିତ ହୋଇଛି ଯେ, ୫ ବର୍ଷ ଅବା ଏହାଠାରୁ କମ୍ ବୟସ୍କ ଛୋଟପିଲାଙ୍କ ଲାଗି ମାସ୍କ୍ ପିନ୍ଧିବା ଜରୁରୀ ନୁହେଁ। ତେବେ ୬ରୁ ୧୧ ବର୍ଷ ବୟସ୍କ ଛୋଟପିଲା ଆବଶ୍ୟକ ସ୍ଥଳେ ମାସ୍କ୍ ପିନ୍ଧି ପାରିବେ। ଏଭଳି ପିଲାମାନେ ଅଭିଭାବକଙ୍କ ତତ୍ତ୍ୱାବଧ୍ୟାନରେ ରହିବା ସହିତ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରି ମାସ୍କ ପିନ୍ଧିବା ଆବଶ୍ୟକ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.