ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା ପାଇବେ। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ପିଲାଙ୍କୁ ମିଳିବ ଭତ୍ତା। ଏନେଇ ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ଯୋଜନାରେ ଅନାଥ ଶିଶୁଙ୍କୁ ମାସିକ ୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
‘ଘରେ ଘରେ ମାସ୍କ’ କାର୍ଯ୍ୟକ୍ରମ
ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ...
ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍ଏସ୍ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ...
ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ...
ଧରାପଡ଼ିଲା ଗୁଗୁଲ୍ ପେ’ରେ ଲୁଟୁଥିବା ଲୁଟେରା
ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ...
କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍ ଯୋଜନାରେ ସାମିଲ ହେବେ। ସେମାନଙ୍କ...
ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୬୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୫୦୫ ଲୋକାଲ କେସ୍ ରହିଛି।...
ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...


