ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୁରଜଭାନ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟାର ପରିଚାଳନା କରିବେ ବୋଲି ଜଣାପଡ଼ିଛି। ନିୟମ ଅନୁଯାୟୀ ଜଣେ ବ୍ୟକ୍ତିଙ୍କୁ ଗୋଟିଏ ପଦ ଅଧାରରେ ଚିରାଗଙ୍କୁ ଏହି ପଦରୁ ହଟାଇଦିଆଯାଇଥିବା କୁହାଯାଉଛି। ୫ଦିନ ଭିତରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଡକାଯାଇ ନୂଆ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଜୁନ ୨୦ ପୂର୍ବରୁ ଏଲ୍ଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ପଶୁପତି କୁମାର ପାରସ ନିର୍ବାଚିତ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏହାପୂର୍ବରୁ ଚିରାଗଙ୍କୁ ଏଲ୍ଜେପିର ସଂସଦୀୟ ଦଳର ନେତା ପଦରୁ ହଟାଇ ଦିଆଯାଇଥିଲା। ତାଙ୍କ ସ୍ଥାନରେ କକା ପଶୁପତି କୁମାରଙ୍କୁ ନୂଆ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରାଯାଇଥିଲା। ତେବେ ରାଷ୍ଟ୍ରୀୟ ପଦରୁ ଚିରାଗଙ୍କୁ ହଟାଯିବା ପରେ କକା ଓ ପୁତୁରାଙ୍କୁ ମଧ୍ୟରେ କୌଣସି ବୁଝାମଣାର ସମସ୍ତ ସମ୍ଭାବନା ବନ୍ଦ ହୋଇଯାଇଛି।
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...
ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା
କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...
୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...
ହାତ ଯୋଡି ଏମିତି ଅପିଲ୍ କଲେ ରାଜ୍ୟପାଳ
କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...
୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ
ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...
ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ
ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ...
କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ...


