ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା ଲାଗି ରହିଛି। ଇତିମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ଯୋଗୀ ଶୁକ୍ରବାର ସକାଳେ ତାଙ୍କ ବାସଭବନରେ ପହଞ୍ଚିଥିବା ଜଣାପଡ଼ିଛି। ସେଠାରେ ମୋଦି ଓ ଯୋଗୀଙ୍କ ମଧ୍ୟରେ ଏକ ବୈଠକ ଜାରି ରହିଛି। ଏହି ସମୟରେ ଦୁହିଁଙ୍କ ମଧ୍ୟରେ କେତେକ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହୋଇପାରେ ବୋଲି ଆକଳନ କରାଯାଉଛି। ଏହି ବୈଠକ ଉପରେ ଏବେ ଉତ୍ତରପ୍ରଦେଶ ସମେତ ସାରା ଦେଶର ନଜର ରହିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ପରେ ଯୋଗୀ ଆଦିତ୍ୟନାଥ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଭେଟିଥିଲେ। ପ୍ରାୟ ଦେଢ଼ଘଣ୍ଟା ଧରି ଦୁହିଁ ନେତାଙ୍କ ମଧ୍ୟରେ ବୈଠକ ଚାଲିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.