ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ ପାଇବାରେ ଲାଗିଛି। ଗତ ୨ମାସ ମଧ୍ୟରେ ପ୍ରଥମ ଥର ଉତ୍ତରପ୍ରଦେଶରେ ୧୫୦୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଗ୍ରାଫ୍ ତଳକୁ ଖସିବା ପରେ ବନ୍ଦ ପଡ଼ିଥିବା ଓପିଡି ସେବାକୁ ପୁଣି ଚାଲୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭର୍ଚୁଆଲ ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମେଡିକାଲ କଲେଜ ଓ ହସ୍ପିଟାଲର ସମୀକ୍ଷା କରି ଏହି ନିଷ୍ପତ୍ତି ନେଇଛନ୍ତି। ଗତ ୨ମାସରୁ ହସ୍ପିଟାଲରେ ବନ୍ଦ ପଡ଼ିଥିବା ଜେନେରାଲ ଓପିଡି ସେବାକୁ ସାଧାରଣ ଜନତାଙ୍କ ପାଇଁ ଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହିକ୍ରମରେ ଶୁକ୍ରବାରଠାରୁ ରାଜ୍ୟର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟାକେନ୍ଦ୍ରରେ ଥିବା ଓପିଡି ସେବାକୁ କୋଭିଡ ଗାଇଡଲାଇନ୍ ନିୟମ ଅନୁସାରେ ଖୋଲାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.