ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। ସେ ପୂର୍ବାହ୍ନ ୧୦ଟା ବେଳେ ଚାନ୍ଦିପୁର ହେଲିପ୍ୟାଡ୍‌ରେ ଅବତରଣ କରି ସମୁଦ୍ର ଉପକୂଳବର୍ତ୍ତୀ ଶ୍ରୀକୋଣା ପଞ୍ଚାୟତର ଚାରିଗୋଛିଆ, ସାର୍ଥା ପଞ୍ଚାୟତର ସାର୍ଥାମୁହାଣ ଓ ବୁଧିଆମାରି ଅଞ୍ଚଳ ବୁଲି ଦେଖିଥିଲେ। ସେ କେତେକ ଅଞ୍ଚଳକୁ ବାଇକ୍‌ରେ ବସିଯିବା ସହ ପାଣିଘେରରେ ଥିବା ଗାଁଗୁଡ଼ିକୁ ଚାଲି ଚାଲି ଯାଇ ସେଠାରେ ବିପନ୍ନଙ୍କ ସହ ଆଲୋଚନା କରିଥିଲେ। ପ୍ରଶାସନିକ ଅଧିକାରୀମାନଙ୍କ ସହଯୋଗ କିପରି ରହିଥିଲା ସେ ସମ୍ପର୍କରେ ବିପନ୍ନଙ୍କୁ ପଚାରି ବୁଝିଥିଲେ।
ବାତ୍ୟା ଅଞ୍ଚଳ ପରିଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ବାତ୍ୟାରେ ବୁଢ଼ାବଳଙ୍ଗ କୂଳରେ ଘାଇ ହୋଇ ଲୁଣାପାଣି ମାଡ଼ିଯାଇ ଅନେକ ଚାଷ ନଷ୍ଟ ହୋଇଛି। ବାତ୍ୟାରେ ବହୁ ଚିଙ୍ଗୁଡ଼ିଘେରି ନଷ୍ଟ ହୋଇଯାଇଥିବା ବେଳେ ଚାଷ ମଧ୍ୟ ପ୍ରଭାବିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ଆକାଶମାର୍ଗରୁ ବାଲେଶ୍ୱର ଅଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିଥିଲେ। ସ୍ଥାୟୀ ଭାବେ ଉପକୂଳ ଅଞ୍ଚଳକୁ କିପରି ସୁରକ୍ଷିତ କରାଯାଇପାରିବ ସେଥିପାଇଁ ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ। ବିଶେଷ ଭାବେ ପରିବେଶକୁ ଧ୍ୟାନରେ ରଖି ବୈଷୟିକ ଜ୍ଞାନକୌଶଳ ଉପଯୋଗ କରି ଉପକୂଳ ଅଞ୍ଚଳର ଜନବସତି ଏବଂ ଜୀବନଜୀବିକାର ସୁରକ୍ଷା କିପରି ହୋଇପାରିବ ସେନେଇ ରାଜ୍ୟ ସରକାର ଆବଶ୍ୟକ ଖସଡ଼ା ପ୍ରସ୍ତୁତ କରି କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଲେ ଏଥିରେ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରାଜ୍ୟ ଭାଜପା ଯୁବମୋର୍ଚ୍ଚା ଉପସଭାପତି ମାନସ ଦତ୍ତ ପ୍ରମୁଖ ଉପସ୍ଥିତ ଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.