ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍ ଆଣ୍ଡ୍ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍ ଆନନ୍ଦ ପ୍ରକାଶନୀ ପକ୍ଷରୁ ଏହାକୁ ପ୍ରକାଶ କରାଯାଇଛି। ଜୀବନର ଅଭିଜ୍ଞତା କବିତାଗୁଡ଼ିକରେ ପ୍ରତିଫଳିତ ହେବା ସହିତ ମୃତ୍ୟୁର ଅନୁଭବ ଏବଂ ଦାର୍ଶନିକ ଅଭିବ୍ୟକ୍ତିକୁ କବି ଏଥିରେ ଅତି ସାବଲୀଳ ଢଙ୍ଗରେ ଶବ୍ଦାୟିତ କରିଛନ୍ତି। ଏହା ବହୁବିଧ ଜୀବନର ରଙ୍ଗ ଓ ପରିଧି ବାହାରକୁ ଯାଇପାରିଛି। ପ୍ରଖ୍ୟାତ ଲେଖକ ହରପ୍ରସାଦ ଦାସ ୧୬୧ ପୃଷ୍ଠା ସମ୍ବଳିତ ଏହି ପୁସ୍ତକର ମୁଖବନ୍ଧ ଲେଖିଥିବାବେଳେ ଖ୍ୟାତନାମା ଚିତ୍ରକର ଗଜେନ୍ଦ୍ର ସାହୁ ପ୍ରଚ୍ଛଦପଟ ଡିଜାଇନ୍ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.