କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ଥାନା ଅଧୀନ ବଡଡୁମ୍ବୁଳା ଗ୍ରାମର। ପୋଲିସ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି।

ଗତ ୪ ତାରିଖରେ ଯୁବକ ଜଣକ ଛାତ୍ରୀଙ୍କୁ ଅପହରଣ କରି ନେଇ ଗଜପତି ଜିଲା ମୋହନା ଅଞ୍ଚଳରେ ରଖିଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିଥିଲେ। ଝିଅକୁ ନ ପାଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ଏନେଇ ସଦର ଥାନା ପୋଲିସ ଏକ ମାମଲା (ନଂ.୧୭୨/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ବିଭିନ୍ନ ସ୍ଥାନରେ ଚଢ଼ାଉ ପରେ ସୁରାକ୍‌ ନ ମିଳିବାରୁ ଅପହରଣକାରୀଙ୍କ ବାପାଙ୍କ ଉପରେ ଚାପ ପକାଇଥିଲା। ପରେ ଛାତ୍ରୀଙ୍କୁ ଧରି ଯୁବକ ଜଣକ ଗାଁକୁ ଫେରିଥିଲେ। ପରେ ସେମାନଙ୍କୁ ପୋଲିସ ଜିମା ଦିଆଯାଇଥିଲା। ପୋଲିସ ଉଭୟଙ୍କ ଡାକ୍ତରୀ ମାଇନା କରାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.