କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ ଟଙ୍କା ଓ ୨ଜଣ ଜାମିନଦାରଙ୍କ ବଦଳରେ ଏହି ଜାମିନ ପ୍ରଦାନ କରିଛନ୍ତି। ପୂର୍ବରୁ ଗଞ୍ଜାମ ଗୋଳନ୍ଥରା ଥାନାର ୨ଟି ମାମଲା, ଭିଜିଲାନ୍ସ ଓ ଖାରବେଳନଗର ଥାନାର ଗୋଟିଏ ଲେଖାଏ ମାମଲାରେ ଜାମିନ ମିଳିସାରିଛି। ହେଲେ କ୍ରାଇମବ୍ରାଞ୍ଚର ଏକ ମାମଲାରେ ଜାମିନ ମିଳି ନ ଥିବାରୁ ସେ ଜେଲରୁ ମୁକୁଳିପାରିବେ ନାହିଁ ବୋଲି ସୂଚନା ମିଳିଛି। ଜଷ୍ଟିସ୍ ଦେବବ୍ରତ ଦାଶ ମାମଲାର ଶୁଣାଣି କରିଥିଲେ। ଆକାଶଙ୍କ ପକ୍ଷରୁ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା
ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ...
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍, ପ୍ରଶଂସା
ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍ କଲ୍ଟିଏ ପାଇ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ...
ଏଥର ଫିକା ପଡିଛି ରଜ
ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ...
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...
ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...
ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍
ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି।...
ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ
ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ...


