କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ ଟଙ୍କା ଓ ୨ଜଣ ଜାମିନଦାରଙ୍କ ବଦଳରେ ଏହି ଜାମିନ ପ୍ରଦାନ କରିଛନ୍ତି। ପୂର୍ବରୁ ଗଞ୍ଜାମ ଗୋଳନ୍ଥରା ଥାନାର ୨ଟି ମାମଲା, ଭିଜିଲାନ୍ସ ଓ ଖାରବେଳନଗର ଥାନାର ଗୋଟିଏ ଲେଖାଏ ମାମଲାରେ ଜାମିନ ମିଳିସାରିଛି। ହେଲେ କ୍ରାଇମବ୍ରାଞ୍ଚର ଏକ ମାମଲାରେ ଜାମିନ ମିଳି ନ ଥିବାରୁ ସେ ଜେଲରୁ ମୁକୁଳିପାରିବେ ନାହିଁ ବୋଲି ସୂଚନା ମିଳିଛି। ଜଷ୍ଟିସ୍ ଦେବବ୍ରତ ଦାଶ ମାମଲାର ଶୁଣାଣି କରିଥିଲେ। ଆକାଶଙ୍କ ପକ୍ଷରୁ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.