କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ ତାଙ୍କ ବେକରୁ ଛୁରି କଢାଯାଇଛି। ଏଥିସହ ତାଙ୍କୁ କୋଭିଡ୍ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଛି।
ମିଳିଥିବା ସୂଚନା ଅନୁଯାୟୀ, ଚୌଦ୍ୱାର ଥାନା ଅଧୀନ ଦେବୀନଗର ଗ୍ରାମର ସୁକୁମାର ସୁବୁଦ୍ଧିରାୟଙ୍କ ମୋବାଇଲ ଦୋକାନ ରହିଛି। ଲକ୍ଡାଉନ୍ ଯୋଗୁ ଦୋକାନ ବନ୍ଦ ରହୁଥିବାରୁ ମାନସିକ ଚାପରେ ରହୁଥିଲେ। ଇତିମଧ୍ୟରେ ସେ କରୋନାରେ ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ ଥିଲେ। ୨ ଦିନ ତଳେ ଟାଙ୍ଗୀଠାରେ ଥିବା ସିସିସିରେ ଭର୍ତ୍ତି ହୋଇଥିଲେ। ତେବେ ସିସିସିକୁ ଯିବା ସମୟରେ ଫଳ କାଟିବା ପାଇଁ ସାଙ୍ଗରେ ଏକ ଛୁରି ନେଇଥିଲେ। ଶୁକ୍ରବାର ସେହି ଛୁରିକୁ ନିଜ ବେକରେ ଭୁଶି ଦେଇଥିଲେ। ଅଧିକ ରକ୍ତସ୍ରାବ ହେବାରୁ ତାଙ୍କୁ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ସମ୍ପର୍କରେ ଏସ୍ସିବି ମେଡିକାଲ ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା କହିଛନ୍ତି, ଅସ୍ତ୍ରୋପଚାର ପରେ କରୋନା ଆକ୍ରାନ୍ତଙ୍କ ବେକରୁ ଛୁରି କଢାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ସୁକୁମାର ମାନସିକ ଭାରସାମ୍ୟ ହରାଇ ଏପରି କରିଥାଇପାରନ୍ତି ବୋଲି ତାଙ୍କ ପରିବାର ସଦସ୍ୟ କହିଛନ୍ତି।
Posted inଆମ ଜିଲା ଖବର, କଟକ, କରୋନା ଭାଇରସ୍, ରାଜ୍ୟ View All
୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା
ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...
୭ରୁ ପ୍ରାକ୍ ମୌସୁମୀ ବର୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା...
ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ...
ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ
ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ...
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...
ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି।...


