ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ ତୃତୀୟ ଲହର ଖୁବ୍ଶୀଘ୍ର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଇତିମଧ୍ୟରେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ପଞ୍ଜାବରେ କରୋନାର ଦ୍ୱିତୀୟ ଲହର ନିୟନ୍ତ୍ରଣକୁ ଆସିବା ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଏହାର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଏହାପରେ ଅନ୍ୟ ନମୁନାଗୁଡ଼ିକୁ ମଧ୍ୟ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଥିବା ଜଣାପଡ଼ିଛି। ଦେଶରେ ଏହି ଭାରିଆଣ୍ଟର ଅନେକ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ସମେତ ଦେଶର ଅନ୍ୟ ଅଞ୍ଚଳରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ମଧ୍ୟପ୍ରଦେଶରେ ଏପର୍ଯ୍ୟନ୍ତ ୭କରୋନା ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ଚିହ୍ନଟ ହୋଇଥିବା ଏଥିଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ଉଜୈନରେ ଜଣେ ମହିଳାଙ୍କ ମୃତ୍ୟୁ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଯୋଗୁ ହୋଇଥିବା ଜଣାପଡ଼ିଛି। ଏନେଇ ମଧ୍ୟପ୍ରଦେଶ ମେଡିକାଲ ଶିକ୍ଷା ମନ୍ତ୍ରୀ ବିଶ୍ୱାସ ସାରଙ୍ଗ ସୂଚନା ଦେଇଛନ୍ତି। ଅନ୍ୟପଟେ ମହାରାଷ୍ଟ୍ରରେ ବି କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଆତଙ୍କ ରଚିଛି। କେବଳ ମହାରାଷ୍ଟ୍ରର ରତ୍ନଗିରିରେ ମୋଟ ୯ଟି ମାମଲା ଚିହ୍ନଟ ହୋଇଥିବା ବେଳେ ଏମାନଙ୍କର କୌଣସି ଲକ୍ଷଣ ନ ଥିବା ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖାଯାଇ ମହାରାଷ୍ଟ୍ରର ୪ଟି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.