ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି। ଏହି ୪୦ ମୃତକଙ୍କ ମଧ୍ୟରୁ ବରଗଡ଼ ଓ କଟକ ଜିଲାରୁ ସର୍ବାଧିକ ୫ ଜଣ ଲେଖାଏ ଅଛନ୍ତି। କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲାରୁ ୪ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏ, ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏ ଏବଂ ଅନୁଗୋଳ, ମାଲକାନଗିରି ଓ ନୟାଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.