ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା ମାତାଙ୍କ ମନ୍ଦିରରେ ପୂଜା ଲାଗି ଲୋକଙ୍କ ଭିଡ଼ ହେବାରେ ଲାଗିଛି। ତେବେ ମନ୍ଦିରରେ ମାସ୍କ ପିନ୍ଧି ସାମାଜିକ ଦୂରତା ବଜାୟ ରଖି ପୂଜା କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଏସମ୍ପର୍କରେ ମନ୍ଦିର ନିକଟ କାନ୍ଥରେ ଲିଖିତ ଭାବେ ସୂଚିତ ହୋଇଛି। କରୋନା ମାତାଙ୍କୁ ଲାଲ୍ ଶାଢ଼ି ପିନ୍ଧାଯାଇଥିବାବେଳେ ମୁହଁରେ ମାସ୍କ୍ ରହିଛି। ମାତାଙ୍କ ପାଖରେ ହଳଦିଆ ଫୁଲ, ଫଳ, ବସ୍ତ୍ର,ମିଠାଇ, ଘଣ୍ଟା ଆଦି ଲାଗି କରିବାକୁ ମଧ୍ୟ ସୂଚନା କାନ୍ଥରେ ଉଲ୍ଲେଖ କରାଯାଇଛି। ଗ୍ରାମବାସୀମାନେ ଚାନ୍ଦା କରି ମନ୍ଦିର ନିର୍ମାଣ କରିଛନ୍ତି। ଏହି ମନ୍ଦିର ଏବେ ସୋସିଆଲ ଭିଡ଼ିଆରେ ଭାଇରାଲ ହେବାରେ ଲାଗିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.