ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୧୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୨୬୨୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୩୧ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟ କୌଣସି ଜିଲାରେ ଏହି ସଂଖ୍ୟା ୫୦୦ ଟପି ନାହିଁ।
ଅନୁଗୋଳ ଜିଲାରୁ ୩୩୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮୬, ବରଗଡ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, ଦେବଗଡ ୨୪, ଢେଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଞ୍ଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡା ୪୧, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୭୬, କେନ୍ଦ୍ରାପଡା ୨୧୮, କେନ୍ଦୁଝରରୁ ୧୨୦, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫, ମୟୂରଭଞ୍ଜରୁ ୩୩୩, ନବରଙ୍ଗପୁରରୁ ୧୫୧, ନୟାଗଡ ୧୯୧, ନୂଆପଡା ୨୩, ପୁରୀରୁ ୩୨୪, ରାୟଗଡା ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫ ଓ ସୁନ୍ଦରଗଡ ଜିଲାରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍ରୁ ୧୫୭ ଜଣ ଚିହ୍ନଟ ହୋଇଛନ୍ତି।
୬୦୧୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୧ ହଜାର ୧୨୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୫୬ ହଜାର ୬୪୧ ଜଣ ସୁସ୍ଥ ହୋଇସାରିଛନ୍ତି। ୭୧ ହଜାର ୩୧୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.