ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି।
ଆଜି ଖୋର୍ଦ୍ଧା ଜିଲାରୁ କରୋନା ସର୍ବାଧିକ ୫ ଜଣଙ୍କ ଜୀବନ ନେଇଥିବାବେଳେ କଟକ ଏବଂ କଳାହାଣ୍ଡିରୁ ୪ ଜଣ ଲେଖାଏ, ବରଗଡ଼, ଝାରସୁଗୁଡ଼ା, ପୁରୀ ଏବଂ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ଦେବଗଡ଼, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁର ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୭୦,୪୯୮ରେ ପହଞ୍ଚିଥିବା ବେଳେ ୮,୨୩,୫୯୯ଜଣ ସୁସ୍ଥ ହୋଇଛନ୍ତି। ୪୩,୩୩୮ ଜଣ ଚିକିିତ୍ସିତ ହେଉଛନ୍ତି। ୩୫୦୮ ଜଣଙ୍କ ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.