ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟ ଘଟିଛି।
ସେହିପରି ଅନୁଗୋଳ, କଳାହାଣ୍ଡି ଓ ନୟାଗଡ଼ ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଭଦ୍ରକ, ଝାରସୁଗୁଡ଼ା, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ବେଳେ ୭,୯୬,୭୯୯ଜଣ ସୁସ୍ଥ ହୋଇଛନ୍ତି। ୫୫,୯୨୩ ଜଣ ଚିକିିତ୍ସିତ ହେଉଛନ୍ତି। ୩୩୪୬ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.