ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩,୬୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୦୯୮ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୧,୫୫୨ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୦୪ ଓ କଟକରୁୁ ୪୮୫ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୧୧୨, ବାଲେଶ୍ୱର ୨୭୮, ବରଗଡ଼ ୪୫, ଭଦ୍ରକ ୧୭୦, ବଲାଙ୍ଗୀର ୧୬, ବୌଦ୍ଧ ୪୧, ଦେବଗଡ଼ ୪, ଢ଼େଙ୍କାନାଳ ୧୧୦, ଗଜପତି ୮, ଗଞ୍ଜାମ ୧୪, ଜଗତସିଂହପୁର ୧୩୮, ଯାଜପୁର ୩୩୨, ଝାରସୁଗୁଡ଼ା ୮, କଳାହାଣ୍ଡି ୨୩, କନ୍ଧମାଳ ୨୬, କେନ୍ଦ୍ରାପଡ଼ା ୧୦୬, କେନ୍ଦୁଝର ୬୮, କୋରାପୁଟ ୧୦୪, ମାଲକାନଗିରି ୬୭, ମୟୁରଭଞ୍ଜ ୧୪୫, ନବରଙ୍ଗପୁର ୬୯, ନୟାଗଡ଼ ୧୨୨, ନୂଆପଡ଼ା ୧୦, ପୁରୀ ୧୮୭, ରାୟଗଡ଼ା ୧୦୬, ସମ୍ବଲପୁର ୩୫, ସୁବର୍ଣ୍ଣପୁର ୨୨, ସୁନ୍ଦରଗଡ଼ ୧୦୬ ଓ ଷ୍ଟେଟ ପୁଲରୁ ୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୦,୫୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୫୩,୦୧୨ଜଣ ସୁସ୍ଥ ହୋଇଥିବା ବେଳେ ୩୩,୭୭୦ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ
ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ...
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...
ଏପ୍ରିଲ୍ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍…
ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ...
ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…
ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...
ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା
ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...


