ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨ ଜଣଙ୍କର ମୃତ୍ୟୁ ହୋଇଛି। ୭୬ ଦିନ ପରେ ଦେଶରେ ଏହା ସବୁଠୁ କମ୍ କରୋନା ସଂକ୍ରମଣ ସଂଖ୍ୟା। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୯୫,୧୦,୪୧୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨, ୮୧,୬୨,୯୪୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯ଲକ୍ଷ ୭୩ ହଜାର ୧୫୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩,୭୪,୩୦୫କୁ ବୃଦ୍ଧି ପାଇଛି।
୨୪କୁ ନଜର, ୨୨ ପାଇଁ ଛାନିଆ
ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...
ଏଲ୍ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ
ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍ଲକ୍ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...
ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍ କଲ୍; ଆଉ ତା’ପରେ ସବୁ ବଦଳି ଗଲା
ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍ଏସ୍ ବିଧାୟକ
ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...


