ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ ବର୍ଷ ବୟସର ପିଲାମାନଙ୍କଠାରେ କରାଯିବ। ପୂର୍ବରୁ ପାଟନାସ୍ଥିତ ଏମ୍ସରେ ପିଲାମାନଙ୍କ ଠାରେ ଏହି ଟିକାର ପରୀକ୍ଷା ଆରମ୍ଭ ହୋଇଥିଲା। ଯାଞ୍ଚ ରିପୋର୍ଟ ଆସିବା ପରେ ଅଂଶଗ୍ରହଣକାରୀ ପିଲାଙ୍କୁ କୋଭାକ୍ସିନ ଟିକା ଦିଆଯିବ। ୧୨ରୁ ୧୮ ବର୍ଷ ବୟସ ବର୍ଗର ପିଲାମାନଙ୍କଠାରେ ସିଙ୍ଗଲ୍ ଡୋଜ୍ କୋଭାକ୍ସିନର ପରୀକ୍ଷା ଶେଷ ହେବା ପରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କଠାରେ ଏହି ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହା ପରେ ୨ରୁ ୬ ବର୍ଷର ପିଲାଙ୍କୁ ପରୀକ୍ଷାରେ ସାମିଲ କରାଯିବ। ମୋଟ ୫୨୫ଟି କେନ୍ଦ୍ରରେ ଏହି ପରୀକ୍ଷା ହେବ ବୋଲି ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.