ନୂଆଦିଲ୍ଲୀ,୨୨।୬: ଭାରତୀୟ ସ୍ବଦେଶୀ ଟିକା କୋଭାକ୍ସିନ୍ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସମୀକ୍ଷା ବୈଠକର ତଥ୍ୟ ସାମ୍ନାକୁ ଆସିଛି। ଏହି ସମୀକ୍ଷା ବୈଠକରେ ପ୍ରକାଶ ପାଇଛି ଯେ, ଭାରତ ବାୟୋଟେକର ଟିକା କୋଭାକ୍ସିନ ୭୭.୮ ପ୍ରତିଶତ ପ୍ରଭାବଶାଳୀ ଅଟେ। ୨୫,୮୦୦ ଲୋକଙ୍କ ଉପରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ ଏହି ଟିକା କରୋନାଠାରୁ କେତେ ରକ୍ଷାକାରୀ ତାହା ପରୀକ୍ଷଣ କରାଇଥିଲା। କୋଭିଡ ଟିକା ପାଇଁ ଭାରତ ବାୟୋଟେକର ଏକ୍ସପ୍ରେସନ ଅଫ ଇଣ୍ଟରେଷ୍ଟ (ଇଓଆଇ) ପ୍ରସ୍ତାବକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଗ୍ରହଣ କରିଛି ଏବଂ ଟିକା ଅନୁମୋଦନ ସମ୍ବନ୍ଧରେ ଡକ୍ୟୁମେଣ୍ଟ ହସ୍ତାନ୍ତର ହେବା ପୂର୍ବରୁ ୨୩ ଜୁନ୍ରେ ଡବ୍ଲୁଏଚ୍ଓ ସହିତ ଏକ ବୈଠକ ଅନୁଷ୍ଠିତ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍ଓ ) ଅନୁଯାୟୀ ଏହି ବୈଠକରେ ଉତ୍ପାଦର ସବିଶେଷ ସମୀକ୍ଷା କରାଯିବ ନାହିଁ, କିନ୍ତୁ ଟିକା ଉତ୍ପାଦନକାରୀଙ୍କ ନିକଟରେ ଟିକା ଗୁଣର ସଂକ୍ଷିପ୍ତ ବର୍ଣ୍ଣନା ଉପସ୍ଥାପନ କରିବାର ସୁଯୋଗ ମିଳିବ।
ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ
ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର...
ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍…
ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...
ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...
ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା
ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...
୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...
ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ
କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍ପି ଅଭିଷେକ ବାନାର୍ଜୀଙ୍କୁ...


