ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ ଦୃଷ୍ଟିରୁ ହୀନସ୍ତା ହେଉଛନ୍ତି। କେନ୍ଦ୍ର ସରକାରଙ୍କ ଦୂରଦୃଷ୍ଟିର ଅଭାବ ଯୋଗୁ ଏପରି ପରିସ୍ଥିତି ଦେଖାଦେଇଛି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। କରୋନାର କ୍ଷତି ଭରଣା ପାଇଁ ଯଦି କେନ୍ଦ୍ର ସରକାର ଆଗରୁ ନିଃଶୁଳ୍କ ଟିକା ଦିଆଯିବା ନିଷ୍ପତ୍ତିି ନେଇଥାନ୍ତେ ଏବଂ ଟିକାର ବ୍ୟବସ୍ଥା କରିଥାନ୍ତେ ତେବେ ଆଜି ଭାରତବର୍ଷରେ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡ଼ି ନ ଥାନ୍ତେ।
କରୋନା ମହାମାରୀରେ ଆକ୍ରାନ୍ତ ହୋଇ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇ ବସିଛନ୍ତି। ଏପରି କି କେତେକ ସ୍ଥାନରେ ପେଟ୍ରୋଲ, ଡିଜେଲ ଲିଟର ପିଛା ୧୦୦ ଟଙ୍କାରୁ ଊର୍ଦ୍ଧ୍ୱ ହେଲାଣି। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପାଉଛି। ଲୋକମାନେ ହନ୍ତସନ୍ତ ହେଉଛନ୍ତି। ଏହା ବୋଝ ଉପରେ ନଳିତାବିଡ଼ା ସଦୃଶ ହୋଇଛି। ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ ରାଜ୍ୟର ସମସ୍ତ ପେଟ୍ରୋଲ ଟାଙ୍କି ଆଗରେ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ୧୧ ତାରିଖ ସକାଳ ୭ ଟାରୁ ଦିବା ୧୧ଟା ଯାଏ ୪ ଘଣ୍ଟିଆ ଧାରଣା ସହ ବିକ୍ଷୋଭ କରାଯିବ ବୋଲି ପିସିସି ସଭାପତି କହିଛନ୍ତି।
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...
୨୩ ଦିନରେ ୧୫୬.୬ମି.ମି ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...
ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ
ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ।...
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ...
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...


